Join Us To Make A Difference

The Drops💧

ବଡଦାଣ୍ଡରେ ସଡ଼କ ଦୁର୍ଘଟଣା

ବଡଦାଣ୍ଡରେ ସଡ଼କ ଦୁର୍ଘଟଣା
Published by:Jyotshna Kumari
#accident

ପୁରୀ ( ଦ କୁଇଭର ):-:ପୁରୀ ବଳଗଣ୍ଡି ଛକରେ ସଡ଼କ ଦୁର୍ଘଟଣାରେ ବୋଲେରୋ ଓ ସ୍କଟି ଧକ୍କାରେ ଜଣେ ନାବାଳକ ମୃତ୍ୟୁ ହୋଇଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।ସୂଚନା ଅନୁଯାୟୀ, ପୁରୀ ମେଡ଼ିକାଲ ଛକ ପଟୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ ଅନ୍ୟପଟେ ଏକ ସ୍କୁଟିରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନାବାଳକ ନାତି ଓ ଅନ୍ୟ ଜଣେ ନାବାଳକ ଆସୁଥିଲେ । ଏହି ସମୟରେ ବଳଗଣ୍ଡି ଛକ ନିକଟରେ ସ୍କୁଟିକୁ ପଛଆଡ଼ୁ ବୋଲେରୋ ଧକ୍କା ଦେଇଥିଲା । ଯାହା ଫଳରେ ସ୍କୁଟିରେ ଯାଉଥିବା ତିନି ଜଣ କିଛି ବାଟ ଘୋଷାଡି ହୋଇଯିବା ସହ ଆହତ ହୋଇଥିଲେ ।ଏହା ଦେଖି ଲୋକମାନେ ହୋହାଲ୍ଲା କରିବାରୁ ବୋଲେରୋ ଡ୍ରାଇଭର ଫେରାର ବେହାକୁ ଯାଉଥିବା ବେଳେ ଲୋକମାନେ ତାଙ୍କୁ କାବୁ କରିଥିଲେ । ସାଙ୍ଗେ ସାଙ୍ଗେ ସ୍ଥାନୀୟ ଲୋକ ପିଲାଟିକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ଯାଇଥିଲେ । ହେଲେ ପିଲାଟିକୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ମୃତ ନାବାଳକ ହେଲେ ଶ୍ରେୟାଂଶ ଦେ । ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ଦୁର୍ଘଟଣାରେ ଶିଶୁ ମୃତ୍ୟୁକୁ ନେଇ ପୁରୀ ବଳଗଣ୍ଡି ଛକରେ ରାସ୍ତାରୋକ କରାଯାଇଛି । ପୋଲିସ ପହଞ୍ଚି ବୁଝାସୁଝା କରୁଥିବା ସୂଚନା ରହିଛି l


Comments

Leave a Comment

Comments

No comments yet.

City

'ସଂସାର' ଅନୁଷ୍ଠାନର ୫୭ତମ ବାର୍ଷିକ ଉତ୍ସବ ପାଳିତ

Blog Thumbnail

ବ୍ରହ୍ମପୁର ( ଦ କୁଇଭର ):- ପ୍ରକୃତି ତଥା ପରିବେଶର ସୁରକ୍ଷା ଏବଂ ଜଳବାୟୁ ସନ୍ତୁଳନ ଦ୍ବାରା ସୁସ୍ଥ ସମାଜ ଗଠନ ସମ୍ଭବ । ଆନ୍ତର୍ଜାତିକ ୟୁନିସେଫ କାଉନସିଲ (ଫ୍ରାନ୍ସ)ର ଚେନାଇ ଚାପ୍ଟେର ମାଧ୍ୟମରେ “ ଗ୍ଲୋବାଲ ବେଷ୍ଟ ସୋସିଆଲ ୱାର୍କର ଆୱାର୍ଡ ୨୦୨୧* ପ୍ରାପ୍ତ ତଥା ଅଗ୍ରଣୀ ‘ସଂସାର’ ଅନୁଷ୍ଠାନର ପ୍ରତିଷ୍ଠାତା ସଂପାଦକ ରମେଶ ଚନ୍ଦ୍ର ସାହୁ ଏହି ବାର୍ଷିକ ଉତ୍ସବ ପାଳନ ଅବସରରେ ମତପ୍ରକାଶ କରିବା ସହ ଏହି ଦଶନ୍ଧି ମଧ୍ୟରେ ସାମୁହିକ ପ୍ରୟାସରେ ମହୁରୀଗଡର ରାଜାବନ୍ଧ, ରାଣୀବନ୍ଧ, ପଦ୍ମପୋଖରୀର ପୁନରୁଦ୍ଧାର, ଋଷିକୁଲ୍ୟା ଉତ୍ପତ୍ତିସ୍ଥଳ ଠାରୁ ସମୁଦ୍ର ମୁହାଣ ମଧ୍ୟବର୍ତ୍ତି ଅବବାହିକା ସୁରକ୍ଷା ତଥା ବିକାଶ ଦିଗରେ କାର୍ଯ୍ୟ ସହ ଐତିହାସିକ ପୀଠ ଓ ଐତିହ୍ୟର ସୁରକ୍ଷା ଦିଗରେ ଅଧୂକ ଧ୍ୟାନ ଦିଆଯିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହିଭଳି କାର୍ଯ୍ୟରେ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ପ୍ରୋତ୍ସାହନ ତଥା ବଦାନ୍ୟ ବ୍ୟକ୍ତିଙ୍କ ପୃଷ୍ଠପୋଷକତା ମିଳିଲେ ଏହି ଅନୁଷ୍ଠାନ ଆଞ୍ଚଳିକ ବାସିନ୍ଦାଙ୍କ ଦୈନିନ୍ଦିନ ଜୀବନଶୈଳୀରେ ଉପାର୍ଜନ ବୃଦ୍ଧି ସହ ଇକୋ ଟୁରିଜମ୍ ଏବଂ ପର୍ଯ୍ୟଟନ ଶିଳ୍ପ ପାଇଁ ଭିଭିଭୂମିର ବିକାଶ ହୋଇପାରିବ ବୋଲି ଉପସ୍ଥିତ ବୁଦ୍ଧିଜୀବୀମାନେ ମତବ୍ୟକ୍ତ କରି ପରିବେଶ ସୁରକ୍ଷା ଦିଗରେ କାର୍ଯ୍ୟ କରିଆସୁଥିବା ‘ସଂସାର' ପରିବାରର ସମସ୍ତ ସ୍ୱେଚ୍ଛାସେବୀଙ୍କ ଉତ୍ତୋରତ୍ତର ଉନ୍ନତି କାମନା କରିଥିଲେ । ବୁଧବାର ଦିନ ବ୍ରହ୍ମପୁର ସ୍ଥିତ ପ୍ରକାଶମୂହଲ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଂସାର ଅନୁଷ୍ଠାନର ସଭାପତି ଦୁର୍ଗାପ୍ରସାଦ ଆଚାର୍ଯ୍ୟ ଅଧ୍ଯକ୍ଷତା କରିଥିବା ବେଳେ ମୂଖ୍ୟ ଅତିଥିଭାବେ ଗଞ୍ଜାମ ଜିଲ୍ଲା ବି.ଜେ.ପି ସଭାପତି ସରୋଜ ସାବତ, ମୂଖ୍ୟବକ୍ତା ରାଜ୍ୟ ବି.ଜେ.ପି ମିଡିଆ ସେଲ ପ୍ରମୂଖ ଟି.ଗୋପି, ସମ୍ମାନିତ ଅତିଥ୍ ଓଡିଶା ନାଟ୍ୟ ସଂଘ ଉପସଭାପତି ଭବାନୀ ଶଙ୍କର ମିଶ୍ର, ସାଂସଦ ପ୍ରତିନିଧୂ ବାଳକୃଷ୍ଣ ସାମନ୍ତରାୟ, ବାଲେଶ୍ଵରର ବରିଷ୍ଠ ଯାତ୍ରା କଳାକାର ରାଜେନ୍ଦ୍ରମୋହନ ପତି ପ୍ରମୂଖ ଆଲୋଚନାରେ ଅଂଶଗ୍ରହଣ କରି ଅନୁଷ୍ଠାନ ପକ୍ଷରୁ ପରିବେଶ ଉପରେ ଦୀର୍ଘବର୍ଷ ଧରି କରାଯାଉଥିବା ଉଦ୍ୟମର ଭୂୟସୀ ପ୍ରଶଂସା କରିଥିଲେ। ପ୍ରାରମ୍ଭରେ ବରିଷ୍ଠ ସାମ୍ବାଦିକ ତଥା କଣ୍ଠଶିଳ୍ପୀ ସୁଦୀପ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ପ୍ରତିଷ୍ଠାତା ସଂପାଦକ ଶ୍ରୀ ସାହୁ ସଂପାଦକୀୟ ବିବରଣୀ ପାଠ କରିଥିଲେ । ଏହି ଅବସରରେ ବକୃତା, ଚିତ୍ରାଙ୍କନ, ପ୍ରବନ୍ଧ, ଯୋଗ, ହସ୍ତାକ୍ଷର, ସଂଗୀତ ପ୍ରତିଯୋଗିତା ସହ ଦୁଆନ ପଲ୍ଲୀର କଳାକାରମାନଙ୍କ ଦ୍ଵାରା ଲକ୍ଷ୍ମୀପୁରାଣ ଲୋକନାଟକ ପରିବେଷଣ, ବରିଷ୍ଠ କଣ୍ଠଶିଳ୍ପୀ ମାନଙ୍କ ସଂଗୀତ କାର୍ଯ୍ୟକ୍ରମ, କୁନି କୁନି କଳାକାରମାନଙ୍କ ଦ୍ଵାରା ସମ୍ବଲପୁରୀ ନୃତ୍ୟ ଆଦି ଅନୁଷ୍ଠିତ ହୋଇଥିଲା । ଏହାପରେ ସଂସାର ସଭାପତି ଦୁର୍ଗାପ୍ରସାଦ ଆଚାର୍ଯ୍ୟଙ୍କ ୬୬ତମ ଜନ୍ମଦିବସ ଉପଲକ୍ଷେ ବିଭିନ୍ନ ଅନୁଷ୍ଠାନ ଏବଂ ବିରଷ୍ଟ କଳାକାରମାନେ ସୁଭେଚ୍ଛା ସ‌ହ ଉପହାରମାନ ଦେଇ ତାଙ୍କର ଦୀର୍ଘଜୀବନ କାମନା କରିଥିଲେ । ଶେଷରେ ଅନୁଷ୍ଠାନ ତରଫରୁ ବରିଷ୍ଟ କଳାକାର ସଂଘର ମହାସଚିବ ସୁବାସଚନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Accident

ମାର୍ଲବା ଘାଟିରେ ଦୁର୍ଘଟଣା

Blog Thumbnail

ଗଜପତି( ଦ କୁଇଭର ):- ଗଜପତି ଜିଲ୍ଲା ରାୟଗଡ଼ ଥାନା ଅଧିନ ମାର୍ଲବା ଘାଟିରେ ଏକ ହିଟାଚି ବୋଝଇ ଟ୍ରକ ମଙ୍ଗଳବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି l ଦୁର୍ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତରଙ୍କୁ ଖଜୁରୀପଦା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି l ସୂଚନା ଅନୁସାରେ, ମଙ୍ଗଳବାର ସନ୍ଧ୍ୟାରେ ଆର. ଉଦୟଗିରି ପଟରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ହିଟାଚି ବୋଝେଇ ଟ୍ରକ ମାର୍ଲବା ଘାଟିରେ ଦୁର୍ଘଟଣା ପ୍ରବଣ ଅଞ୍ଚଳ ପାହାଡ଼କୁ ଭାରସାମ୍ୟ ହରାଇ ପିଟି ହୋଇଯାଇଥିଲା l ଫଳରେ ଟ୍ରକ୍ ଉପରେ ଲଦା ହୋଇଥିବା ହିଟାଚି ଡ୍ରାଇଭର କ୍ୟାବିନ ଉପରକୁ ମାଡ଼ିଯାଇ ଡ୍ରାଇଭରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା l ଟ୍ରକରେ ବସିଥିବା ଅନ୍ୟ ଦୁଇ ଜଣ ଗୁରୁତର ହୋଇଥିବାରୁ ସେମାନଙ୍କୁ ନିକଟସ୍ଥ ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା l ଘଟଣାସ୍ଥଳରେ ରାୟଗଡ଼ ପୁଲିସ, ରାୟଗଡ଼ ଓ ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ଜଣାପଡ଼ିଛି l



State

ଅଙ୍ଗନବାଡ଼ି କେନ୍ଦ୍ରରେ ନିର୍ମାଣ କରାଯିବ ଶୌଚାଳୟ

Blog Thumbnail

ଭୁବନେଶ୍ୱର ( ଦ କୁଇଭର ):- ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାଇତ୍ୱ ଗ୍ରହଣ ପରେ ପ୍ରଥମ ସଚିବସ୍ତରୀୟ ବୈଠକ ନେଇଛନ୍ତି ଅନୁ ଗର୍ଗ । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସମସ୍ତ ବିଭାଗର ସଚିବଙ୍କ ସହିତ ଆଲୋଚନା କରି କାର୍ଯ୍ୟାନ୍ବୟନ ନେଇ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଆଗାମୀ ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ସୁଦ୍ଧା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ଶୌଚାଳୟ ସୁବିଧା କରିବା ନେଇ ଗୁରୁତ୍ବାରୋପ କରିଛନ୍ତି ମୁଖ୍ୟ ଶାସନ ସଚିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶିତ ୧୫ଟି କାର୍ଯ୍ୟସୂଚୀକୁ ପ୍ରାଥମିକତା ଭିତ୍ତିରେ କାର୍ଯ୍ୟକାରୀ କରିବାକୁ ସିଏସ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ଉପରେ ମଧ୍ୟ ଆଲୋଚନାରେ ଗୁରୁତ୍ବ ଦିଆଯାଇଛି। ଜାତୀୟସ୍ତର ବୈଠକରେ ଗୁରୁତ୍ୱ ଦିଆଯାଇଥିବା ବିଭିନ୍ନ ପ୍ରସଙ୍ଗ ମଧ୍ୟରେ ରାଜ୍ୟରେ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକୁ ଗୋଟିଏ ଗୋଟିଏ ଖୁସିର କେନ୍ଦ୍ର ଭାବେ ବିକଶିତ କରିବା ସମ୍ପର୍କରେ ଆଲୋଚନା କରାଯାଇଛି । ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ସହିତ ସଂପୃକ୍ତ ବିଭାଗ ସମନ୍ୱୟରେ ଭିତ୍ତିଭୂମି ଓ ଆନୁଷଙ୍ଗିକ ସୁବିଧା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ସୁଦ୍ଧା ସମସ୍ତ ଅଙ୍ଗନବାଡିରେ ଶୌଚାଳୟ ସୁବିଧା କରାଯିବା ସହିତ ରକ୍ଷଣାବେକ୍ଷଣ ପାଇଁ ଗୁରୁତ୍ୱ ଦିଆଯାଇଛି । ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶିତ ୧୫ଟି କାର୍ଯ୍ୟସୂଚୀ କାର୍ଯ୍ୟକାରୀ ପାଇଁ ସଚିବଙ୍କ ସହିତ ଆଲୋଚନା କରି ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି । ଶାସନ ପରିଚାଳନାକୁ ଦକ୍ଷ, ଉତ୍ତରଦାୟୀ ଓ ଲୋକାଭିମୁଖୀ, ଓଡ଼ିଶା ଭିଜନ ଲକ୍ଷ୍ୟ ୨୦୩୬ ଓ ୨୦୪୭ ହାସଲ ପାଇଁ ପ୍ରଥମେ ୨ ବର୍ଷିଆ ଆକ୍ସନ ପ୍ଲାନର କାର୍ଯ୍ୟକାରିତା ସମୀକ୍ଷା, ଅଭିିବୃଦ୍ଧି ହାରକୁ ଦୁଇ ଅଙ୍କ ବିଶିଷ୍ଟ କରିବା ପାଇଁ ଲକ୍ଷ୍ୟ ଭିତ୍ତିକ କାର୍ଯ୍ୟ, ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ପୂରଣ ପାଇଁ ତ୍ୱରିତ ପଦକ୍ଷେପ ନିଆଯିବ । ପ୍ରଭାବଶାଳୀ ଓ ନିର୍ମଳ ଶାସନ ବ୍ୟବସ୍ଥା ପାଇଁ ଆପାରଗ ଓ ଅଯୋଗ୍ୟ କର୍ମଚାରୀଙ୍କ ପ୍ରତି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ ।

State,City

ଏକାମ୍ର ପ୍ରତିଭା ସମ୍ମାନରେ ସମ୍ବର୍ଦ୍ଧିତ ହେଲେ ସୁଦୀପ ସାହୁ

Blog Thumbnail

ଭୁବନେଶ୍ୱର ( ଦ କୁଇଭର ):- ଭୁବନେଶ୍ୱର ଜୟଦେବ ଭବନ ଠାରେ ଆୟୋଜିତ ଜାତୀୟ ସ୍ତରୀୟ ଏକାମ୍ର ପ୍ରତିଭା ସମ୍ମାନ ସମାରୋହ ହାପି ମୋମେଣ୍ଟସ୍ ଇଣ୍ଡିଆ ତରଫରୁ ଜାତୀୟ ମୁଖ୍ୟ ରାଜେନ୍ଦ୍ର ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ହୋଇଯାଇଛି । ଏହି ଅବସରରେ ବ୍ରହ୍ମପୁର ର ବରିଷ୍ଠ ସାମ୍ବାଦିକ,ଗାୟକ,ସମାଜସେବୀ ତଥା ଆଇନଜୀବି ସୁଦୀପ କୁମାର ସାହୁ ଙ୍କୁ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ସୁବାସ ଚନ୍ଦ୍ର ବୋଷ ରକ୍ତବୀର ସମ୍ମାନ ପ୍ରଦାନ କରାଯାଇଥିଲା । ଏଥିରେ ଅତିଥି ରୂପେ ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ, ପଦ୍ମଶ୍ରୀ ଶ୍ୟାମାମଣି ଦେବୀ, ଭୁବନେଶ୍ବର ବିଧାୟକ ଅନନ୍ତ ନାରାୟଣ ଜେନା, ପୀତବାସ ମିଶ୍ର, ଡ ମୀନକେତନ ଦାଶ, ଲୋକନାଥ ମିଶ୍ର, କାନନ ବାଳା ନାୟକ, କୁଞ୍ଜବିହାରୀ ରାଉତ, , ସନ୍ଧ୍ୟାରାଣି ପ୍ରଧାନ ଓ ରାଜ୍ୟ ମୁଖ୍ୟ ଶଶଧର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ । ଏଠାରେ ସ୍ବର୍ଗତ ହ୍ୟୁମାନ ସାଗର , ଶଙ୍କର ପରିଡା, ପଣ୍ତିତ ନୀଳକଣ୍ଠ ରାଉତଙ୍କ ବିୟୋଗ ରେ ସ୍ମୁତି ଚାରଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ସାମ୍ବାଦିକ ସୁଦୀପ ହ୍ୟୁମାନ ଙ୍କ ଏକ ସଙ୍ଗୀତ ଗାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ସୂଚନା ଯୋଗ୍ୟ ସାମ୍ୱାଦିକ ସୁଦୀପ ଙ୍କୁ ଏହା ପୂର୍ବରୁ ମଧ୍ୟପ୍ରଦେଶ, ନୂଆଦିଲ୍ଲୀ, ହାଇଦ୍ରାବାଦ, କଲିକତା, କଟକ,ପୁରୀ, ଭୁବନେଶ୍ଵର, ପାରାଦୀପ ସମେତ ଗଞ୍ଜାମ ଜିଲ୍ଲା ଓ ବ୍ରହ୍ମପୁର ରୁ ପ୍ରାୟ ୭୦୦ରୁ ଉର୍ଦ୍ଧ ଅନୁଷ୍ଠାନ ତରଫରୁ ସମ୍ମାନିତ କରାଯାଇଛି। ପୁଣି ଥରେ ଜାତୀୟ ସ୍ତରରେ ସେ ସମ୍ମାନିତ ହୋଇଥିବାରୁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରାଯାଇଛି । ସୁଦୀପ ଅବସରପ୍ରାପ୍ତ ଭୂତତ୍ବ ବିଭାଗ ପ୍ରଫେସର ଡ ମାୟାଧର ସାହୁ ଓ ପ୍ରେମଲତା ସାହୁ ଙ୍କ କନିଷ୍ଟ ପୁତ୍ର ଅଟନ୍ତି ।ଏହି ସମାରୋହରେ ବ୍ରହ୍ମପୁର ର ବରିଷ୍ଠ ଡ଼ାକ୍ତର ସନ୍ଧ୍ୟା ରାଣୀ ପାଣିଗ୍ରାହୀ ଓ ସ୍ଵସ୍ତିକ ଟିଭି ର ମୁଖ୍ୟ ପରିଚାଳିକା ଅନୁଜାନନ୍ଦ ବିଶ୍ଵାଳଙ୍କୁ ଡ .ଅବଦୁଲ କଲାମ ପ୍ରୋଫେସନ୍ୟାଲ ଆଚିଭର୍ସ ସମ୍ମାନ,କିନ୍ନର ସ୍ବିଟି ସାହୁ ଙ୍କୁ ବିବେକାନନ୍ଦ ସ୍ମୃତି ସମ୍ମାନ ମଧ୍ୟ ପ୍ରଦାନ କରାଯାଇଥିଲା । ଦେଶ ବିଦେଶ ର ବହୁ ପ୍ରତିଭାଧାରୀ ମାନ ଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଦୀର୍ଘ ୧୩ବର୍ଷ ଧରି ହ୍ୟାପି ମୋମେଣ୍ଟସ୍ ଇଣ୍ଡିଆ ସମାଜସେବା, ସଂସ୍କୃତି, ମାନବତା, ଓ ଏକତାର ମନୋଭାବକୁ ନିରନ୍ତର ଭାବେ ଆଗେଇ ନେଉଥିବା ଏଠାରେ କହିଥିଲେ ଜାତୀୟ ମୁଖ୍ୟ ରାଜେନ୍ଦ୍ର ପଣ୍ଡା । ଆଗକୁ ମଧ୍ୟ ଏପରି କାର୍ଯ୍ୟକ୍ରମ ଜାରି ରହିବ ବୋଲି ସେ କହିଥିଲେ । ରାଜ୍ୟ ପ୍ରତିନିଧି ପଦ୍ମ ଲୋଚନ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

Sports,City

କୌଶିକ କପ-୨୦୨୫ରେ ମୀନାକ୍ଷୀ ନଗର୍ ଜାଭିୟର୍ସ ସ୍କୁଲ ଚାମ୍ପିଅନ

Blog Thumbnail

ବ୍ରହ୍ମପୁର( ଦ କୁଇଭର ):- ମହାତ୍ମାଗାନ୍ଧି ଷ୍ଟାଡିୟମ୍ ପରିସରରେ ଶ୍ରୀ କୌଶୀକ୍ କପ୍ -୨୦୨୫ ନାମରେ ଆନ୍ତଃ ବିଦ୍ୟାଳୟ କ୍ରିକେଟ୍ ଟୁର୍ଣ୍ଣ! ମେଣ୍ଟ ଆୟୋଜିତ ହୋଇଯାଇଛି । ସେଣ୍ଟ ଜାଭିୟର୍ସ ହାଇସ୍କୁଲ ତରଫରୁ ଲିଡ୍ସ ସ୍ପୋଟିଙ୍ଗ କ୍ଲବ୍ ବ୍ରହ୍ମପୁର ସହଯୋଗରେ ଏପରି କ୍ରିକେଟ୍ ପ୍ରତିଯୋଗୀତା ସିଜନ୍-୨ ଆୟୋଜିତ ହୋଇଥିଲା । ଫାଇନାଲ ରେ ବାଳିକା ଦଳରେ ମୁଖ୍ୟ ଅତିଥିରୂପେ ଏମ୍‌କେସିଜି ମେଡ଼ିକାଲ୍ କଲେଜ୍‌ର ମାନସିକ ରୋଗ ଚିକିତ୍ସା ବିଭାଗ ର ଡ଼ା ସ୍ଵାତୀ ମିଶ୍ର ଓ ଡେପୁଟି କମିଶନର କଲ୍ୟାଣୀ ସଂଘମିତ୍ରା ଯୋଗଦେଇ ଥିଲେ । ଆଂଚଳିକ ଶିକ୍ଷା ନିର୍ଦେଶକ କାହ୍ନୁ ଚରଣ ପଣ୍ଡା ନିର୍ଦେଶକ କୁନାଲ କୌଶିକ ପଣ୍ଡା, ଓ ରାହୁଲ ରାଜ୍ ପଣ୍ଡା ଙ୍କ ତତ୍ତ୍ଵାବଧାନରେ ଏହି କ୍ରିକେଟ୍ ଟୁର୍ଣ୍ଣ ମେଣ୍ଟ ଆୟୋଜିତ ହୋଇଥିଲା । ଲିଡ୍ସ କ୍ଲବର ସମ୍ପାଦକ ମନୋଜ ଦଣ୍ଡପାଟ,କ୍ରୀଡା ଶିକ୍ଷକ ବିଶ୍ୱବନ୍ଧୁ ପାଢ଼ୀ, ଦୀପକ ପାତ୍ର ପ୍ରମୁଖ ଏଥିରେ ସହଯୋଗ କରିଥିଲେ । ଏଥିରେ ୧୧ଟି ବିଦ୍ୟାଳୟ ର ବାଳକ ଦଳ ଓ ୪ଟି ବାଳିକା ଦଳ ଯୋଗଦେଇଥିଲେ । ବାଳକ ଦଳ ଓ ବାଳିକା ଦଳରେରେ ମୀନାକ୍ଷୀ ନଗର୍ ସେଣ୍ଟ ଜାଭିଅର୍ସ ସ୍କୁଲ ଦଳ ଫାଇନାଲ ମ୍ୟାଚ୍ ରେ ଚମ୍ପିୟାନ ଦଳ ଭାବେ ପୁରସ୍କୃତ ହୋଇଥିଲେ । ସେହି ପରି ବାଳିକା ବିଭାଗ ରେ ଆମ୍ବପୂଆ ସେଣ୍ଟ ଜାଭିୟର୍ସ ସ୍କୁଲ ଓ ବାଳକ ବିଭାଗ ରେ ଡି ଏ ଭି ସ୍କୁଲ ରନସ୍ ଅପ ଦଳ ଭାବେ ପୁରସ୍କୃତ ହୋଇଥିଲେ । ଫାଇନାଲ ମ୍ୟାଚ୍ ର ପୁରସ୍କାର ବିତରଣ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ଖଲ୍ଲିକୋଟ ବିଶ୍ଵ ବିଦ୍ୟାଳୟ ର ପିଜି କାଉନସିଲ ଚେୟାରମେନ ଡ .ମନୋଜ କୁମାର ପଟ୍ଟନାୟକ ଓ ବିଶିଷ୍ଟ ବ୍ୟବସାୟୀ ପ୍ରିତମ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ । ଆଗାମୀ ବର୍ଷ ମଧ୍ୟ ଏପରି କ୍ରିକେଟ ଖେଳ ଆୟୋଜିତ କରାଯିବ ବୋଲି ଏଠାରେ ସୂଚନା ଦିଆଯାଇଥିଲା। ଉଭୟ ବାଳକ ଓ ବାଳିକା ଦଳରେ ମୀନାକ୍ଷୀ ନଗର୍ ସ୍କୁଲ ଚମ୍ପିୟାନ ହୋଇଥିବାରୁ ସ୍କୁଲ ତରଫରୁ ଚେୟାରମେନ ଗୌରୀ ଶଙ୍କର ପଣ୍ଡା ,ସମ୍ପାଦିକା ପ୍ରିୟମ୍ବଦା ଦାସ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ଶୁଭେଛା ଓ ଶୁଭ କାମନା ଜଣାଇଛନ୍ତି ।

Weather

ଜାଡ଼ରେ ଥରୁଛି ଓଡ଼ିଶା

Blog Thumbnail

ଦ କୁଇଭର ବ୍ୟୁରୋ :- ଜାଡ଼ରେ ଥରୁଛି ଓଡ଼ିଶା,ତଳମୁହାଁ ହେଉଛି ତାପମାତ୍ରା । ପଶ୍ଚିମରୁ ନେଇ ଆଭ୍ୟାନ୍ତରୀଣ ଓଡ଼ିଶା, ସବୁଠି ଶୀତର ଲହର । ସଞ୍ଜ ନଇଁବା ପରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ସକାଳ ୯ଟା ପର୍ଯ୍ୟନ୍ତ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । କିଛି କିଛି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳୁଛି । ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶା ମଧ୍ୟକୁ ଶୁଷ୍କ ଥଣ୍ଡା ପବନ ପ୍ରବାହ ହେଉଥିବାରୁ ଶୀତ ବଢ଼ୁଥିବା ବେଳେ ଆଜି ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି (ବୁଧବାର) ରାତିର ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଫଳରେ ଆଜିଠାରୁ ଶୀତ ଆହୁରି ବଢ଼ିବ । ଆଜି ଶୀତ ଲହରୀ (Cold Wave) ପାଇଁ ଝାରସୁଗୁଡ଼ା, କନ୍ଧମାଳ ଓ ସୁନ୍ଦରଗଡ ଏହି ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଶୀତ ସହ କିଛି କିଛି ସ୍ଥାନରେ ଘନ କୁହୁଡି ଦୃଶ୍ୟାମାନ ହେବାର ସମ୍ଭାବନା ରହିଥିବା ନେଇ ବିଭାଗ ପୂର୍ବାନୁମାନ କରିଛି ।