Join Us To Make A Difference

The Drops💧

ସ୍ବାମୀ ବିବେକାନନ୍ଦ ଶିଶୁ ମନ୍ଦିର ବାର୍ଷିକ ଉତ୍ସଵ, ଶିଶୁ ଙ୍କ ନୃତ୍ୟ ମୁଖ୍ୟ ଆକର୍ଷଣ

ସ୍ବାମୀ ବିବେକାନନ୍ଦ ଶିଶୁ ମନ୍ଦିର ବାର୍ଷିକ ଉତ୍ସଵ, ଶିଶୁ ଙ୍କ ନୃତ୍ୟ ମୁଖ୍ୟ ଆକର୍ଷଣ
Published by:Jyotshna Kumari
#entertainment

ଦ କୁଇଭର( ବ୍ରହ୍ମପୁର ):- ତୁଳସୀ ନଗର୍ ସ୍ଥିତ ସ୍ବାମୀ ବିବେକାନନ୍ଦ ଶିଶୁ ମନ୍ଦିର ର ୨୪ ତମ ବାର୍ଷିକ ଉତ୍ସବ ସଭାପତି ସଞ୍ଜୀବ କୁମାର୍ ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ରୂପେ ଅର୍ବାନ ବ୍ୟାଙ୍କ୍ ସଭାପତି ଆର .ମୂରଲୀ ମୋହନ,ମୁଖ୍ୟବକ୍ତା ଭାବେ ଶିକ୍ଷାବିତ୍ ପ୍ରଫୁଲ୍ଲ କୁମାର ଦାସ, ସମ୍ମାନୀତ ଅତିଥି ଭାବେ କର୍ପୋରେଟର ଆର୍. ପାୱନି ଓ ବରିଷ୍ଠ ସାମ୍ବାଦିକ ତଥା ଗାୟକ ସୁଦୀପ କୁମାର୍ ସାହୁ ପ୍ରମୁଖ ଯୋଗ ଦେଇ ଶିଶୁ ମାନଙ୍କୁ ନିଜ ନିଜ ବକ୍ତବ୍ୟରେ ଉତ୍ସାହିତ କରିଥିଲେ ।ସମ୍ପାଦକ ବରୁଣ କୁମାର୍ ଚୌଧୁରୀ ବାର୍ଷିକ ବିବରଣୀ ପାଠ କରିଥିଲେ ।ଏହି ଅବସରରେ ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ର କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ । ପୂର୍ବତନ ଶିକ୍ଷୟତ୍ରୀ ରଞ୍ଜିତା ପାତ୍ର ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ ।ଶିଶୁ ମନ୍ଦିର ର ସମସ୍ତ ଆଚାର୍ଯ୍ୟ ଆଚାଯ୍ୟା ଏଥିରେ ସହଯୋଗ କରିଥିଲେ ।ଶେଷରେ ଆଚାର୍ଯ୍ୟ ପ୍ରଶାନ୍ତ କୁମାର୍ ପଟ୍ଟନାୟକ ଧନ୍ୟ ବାଦ ଅର୍ପଣ କରିଥିଲେ ।

Comments

Leave a Comment

Comments

No comments yet.

Education

ଫାଷ୍ଟକ୍ରାଏ ଇଣ୍ଟେଲି ଟୋଟସ ପ୍ରୀ ସ୍କୁଲ ଡେ କେୟାରର ପ୍ରଥମ ବାର୍ଷିକ କ୍ରୀଡା ଉତ୍ସବ

Blog Thumbnail

ବ୍ରହ୍ମପୁର( ଦ କୁଇଭର ):- ବ୍ରହ୍ମପୁର ସହର ସ୍ଥିତ ଉମା ଚରଣ ପଟ୍ଟନାୟକ ଇଞ୍ଜିନିୟରିଂ ସ୍କୁଲ ଖେଳ ପଡ଼ିଆରେ ଫାଷ୍ଟ କ୍ରାଏ ଏଣ୍ଟେଲି ଟୋଟସ ପ୍ରି ସ୍କୁଲ ଡେ କେୟାର ର ପ୍ରଥମ ବାର୍ଷିକ କ୍ରୀଡ଼ା ଉତ୍ସବ ଶନିବାର ଆୟୋଜିତ ହୋଇଯାଇଛି । ନିର୍ଦ୍ଦେଶିକା ଡ.ମିତ୍ରବିନ୍ଦା ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ କ୍ରିଡ଼ା ଉତ୍ସବ ରେ ମୁଖ୍ୟ ଅତିଥି ରୂପେ ବରିଷ୍ଠ ସାମ୍ବାଦିକ ତଥା ଗାୟକ ସୁଦୀପ କୁମାର୍ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସାମ୍ୱାଦିକ ଦେବହରି ବେହେରା ଓ କ୍ରୀଡା ପ୍ରଶିକ୍ଷକ ବିଶ୍ଵ ବନ୍ଧୁ ପାଢ଼ୀ ପ୍ରମୁଖ ଯୋଗ ଦେଇ ଶିଶୁ ମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ବିଭିନ୍ନ କ୍ରୀଡା ପ୍ରତି ପ୍ରତି ଯୋଗିତାର କୃତି ଶିଶୁ ପ୍ରତି ଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କାର ପ୍ରଦାନ କରାଯାଇଥିଲା । ସେହି ପରୀ ଅଭିଭାବକ ମାନଙ୍କ ମଧ୍ୟରେ ଆୟୋଜିତ କ୍ରୀଡା ର ପୁରସ୍କାର ପ୍ରଦାନ କରାଯାଇଥିଲା ।ସ୍କୁଲ ର ବିଜନେସ ପାର୍ଟନର ଡ଼ା ସ୍ଵାତୀ ଦାସ ଏହି ଅବସରରେ ସ୍କୁଲ ବିଷୟରେ ସୂଚନା ଦେଇଥିଲେ । ସେଣ୍ଟର୍ ହେଡ ସରସ୍ଵତୀ ପାତ୍ର ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।ଏଥିରେ ସ୍କୁଲ ର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସହ ଯୋଗ କରିଥିଲେ । କାହୁଁ ରାଉତ କାର୍ଯ୍ୟକ୍ରମ ରେ ସଂଯୋଜନା କରିଥିଲେ ।

State

ହ୍ୟୁମାନ ସାଗର ଗୁରୁତର

Blog Thumbnail

ଦ କୁଇଭର ବ୍ୟୁରୋ:- ଏବେବି ସଙ୍କଟାପନ୍ନ ରହିଛି କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟବସ୍ଥା । ହାଇ ଭେଣ୍ଟିଲେଟରରେ ତାଙ୍କର ଚିକିତ୍ସା କରାଯାଉଛି । ଏମ୍ସ ପକ୍ଷରୁ ହ୍ୟୁମାନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଭୁବନେଶ୍ବର ଏମ୍ସ ପକ୍ଷରୁ ସୂଚନା ଜାରି କରାଯାଇଛି । ଅନ୍ୟପଟେ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କୁ ଭେଟିଛନ୍ତି ଅଭିନେତା ଅନୁଭବ ମହାନ୍ତି । ଗତକାଲି (ଶନିବାର) ରାତିରେ ଭୁବନେଶ୍ବର AIIMS ଯାଇ ଚିକିତ୍ସାଧିନ ଅବସ୍ଥାରେ ଥିବା ହ୍ୟୁମାନଙ୍କୁ ଭେଟିଛନ୍ତି ଅନୁଭବ । ତାଙ୍କୁ ଦେଖିବା ସହ ହ୍ୟୁମାନ କିଛି କଥାର ରେସ୍‌ପନ୍ସ କରୁଥିବା ଅନୁଭବ କହିଛନ୍ତି । ହ୍ୟୁମାନ ଶୀଘ୍ର ସୁସ୍ଥ ହୋଇ ଘରକୁ ଆସିବେ ବୋଲି ଅନୁଭବ ଆଶା ପ୍ରକଟ କରିଛନ୍ତି । ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍ଗଟାପନ୍ନ ରହିଥିବା ବେଳେ ବର୍ତ୍ତମାନ ସେ ଭୁବନେଶ୍ବର AIIMSରେ ସେ ଚିକିତ୍ସାତି ହେଉଛନ୍ତି । ତାଙ୍କ ଲିଭର ସହ ଶରୀରର ଏକାଧିକ ଅଙ୍ଗ ଅଚଳ ହୋଇଯାଇଛି । ଯଦି ସ୍ବାସ୍ଥ୍ୟ ଅଧିକ ଗୁରୁତର ହୁଏ ତେବେ ଦିଲ୍ଲୀ AIIMSକୁ ଏୟାରଲିଫ୍ଟ କରିବାକୁ ଯୋଜନା ରହିଥିବା କହିଛନ୍ତି ଡାକ୍ତର । ସେପଟେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ତାକୁ ନେଇ AIIMS ଡାକ୍ତରମାନଙ୍କ ସହ ଆଲୋଚନା କରିଛନ୍ତି । ଯଦି ଆବଶ୍ୟକ ପଡେ ତେବେ ତାଙ୍କୁ ଦିଲ୍ଲୀ ସ୍ଥାନାନ୍ତର କରାଯାଇ ଚିକିତ୍ସା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Shree Jagannath

ଆଜି ମାର୍ଗଶିର ଦ୍ୱିତୀୟ ଗୁରୁବାର

Blog Thumbnail

ଦ କୁଇଭର ବ୍ୟୁରୋ :- ଆଜି ହେଉଛି ମାର୍ଗଶିର ଦ୍ୱିତୀୟ ଗୁରୁବାର । ଓଡ଼ିଆ ଘରର ବଡ଼ ପୂଜା । ଘରେ ଘରେ ପୂଜା ପାଉଛନ୍ତି ମାଆ ଲକ୍ଷ୍ମୀ । ନାରୀ ଶକ୍ତିର ପ୍ରତୀକ ମାଣବସା ଗୁରୁବାରକୁ ନେଇ ଗାଁଠୁ ସହର ସବୁଠି ଉତ୍ସାହର ମାହୋଲ । ଓଡ଼ିଆ ଘରେ ମାଣବସା ଗୁରୁବାରର ବିଶେଷ ମହତ୍ବ ରହିଛି । ଆମ ସମାଜ ସହ ଅଙ୍ଗାଅଙ୍ଗି ଭାବେ ଜଡ଼ିତ ଏହି ମାଣବସା ପୂଜା । ବଡଠାକୁର ବଳଭଦ୍ର, ମହାପ୍ରଭୁ ଜଗନ୍ନାଥ ଏବଂ ମାଆ ଲକ୍ଷ୍ମୀ ପାରିବାରିକ ସମ୍ପର୍କକୁ ନେଇ ମାଣବସା ଗୁରୁବାର ପୂଜା କରାଯାଇଥାଏ । ଧନ ଓ ସମୃଦ୍ଧିର ପ୍ରତୀକ ମାଆ ଲକ୍ଷ୍ମୀଙ୍କ ପୂଜାରେ ବ୍ୟସ୍ତ ଓଡ଼ିଆ ଘରର ବୋହୂ । ସିନ୍ଦୁରା ଫାଟିବା ପୂର୍ବରୁ ଘରର ମହିଳାମାନେ ଉଠି ନିତ୍ୟକର୍ମ ସାରିବା ପରେ ଗୋବର ପବିତ୍ର ଜଳରେ ଘର ଦାଣ୍ଡ ପରିଷ୍କାର କରିବା ପରେ ଗାଧୋଇ ମାଆଙ୍କ ପୂଜା ଆରମ୍ଭ କରିଛନ୍ତି । ନୂଆ ଧାନରେ କେନ୍ଦା କରି, ମାଣରେ ସିନ୍ଦୁର ଓ କଉଡିରେ ମାଆଙ୍କ ପ୍ରତୀମା ପ୍ରସ୍ତୁତ କରି କାଠ ଖଠୁଲିରେ ମାଆଙ୍କ ପୂଜା କରାଯାଉଛି । ପିଠାପଣା, ସହ ଭଳିକି ଭଳି ସ୍ବାଦିଷ୍ଟ ବ୍ୟଞ୍ଜନରେ ମହକୁଛି ଗାଁ ଦାଣ୍ଡ ।


ତେଵେ ଜାଣିଛନ୍ତି କି କାହିଁକି ଓଡ଼ିଆ ଘରେ ପାଳନ ହୁଏ ମାଣବସା ଗୁରୁବାର:-

ଓଡିଶା ହେଉଛି ଜାଗନ୍ନାଥଙ୍କ ରାଜ୍ୟ ବାର ମାସରେ ତେର ପର୍ବ ପାଳନ କରିଥାନ୍ତି ଓଡିଶାବାସୀ । ଆଉ ସେଥିରୁ ଅନ୍ୟତମ ହେଉଛି ମାର୍ଗଶୀର ମାସ ମାଣବସା ଗୁରୁବାର । ଆଜି ହେଉଛି ମାର୍ଗଶିର ମାସ ଗୁରୁବାର । ଧନଦାତ୍ରି ମା ଲକ୍ଷ୍ମୀଙ୍କୁ ମାର୍ଗଶିର ମାସ ଗୁରବାର ଦିନ ସଧବା ନାରୀ ମାନେ ଅଗଣାରେ ରଙ୍ଗବିରଙ୍ଗ ଝୋଟି ପକାଇ ନୂଆ ଲୁଗା ପରିଧାନ କରି ଘରେ ଧାନ ଖଟୁଲିକୁ ସୁସଜ୍ଜିତ କରି ମାଙ୍କୁ ଆବାହନ କରିଥାନ୍ତି । ଏଥି ପାଇଁ ଗାଁ ଠୁ ସହର ଚାରିଆଡେ ଉତ୍ସବର ପରିବେଶ । ପୁରାଣରେ ବର୍ଣିତ ଅଛି ମାଙ୍କ ର ଟିକେ କୃପା ମିିଳିଲେ ଗରିବ ଧନୀ ହୋଇଯାଏ । ଏଥିପାଇ ସଧବା ନାରୀ ନିଷ୍ଠା ର ସହ ଏହି ବ୍ରତ କରିଥାନ୍ତି । ଏ ପୂଜା ରେ ଜାତି,ଅଜାତି ନାହିଁ । ବ୍ରାହ୍ମଣ ଠାରୁ ଚଣ୍ଡାଳ ପର୍ଯ୍ୟନ୍ତ ସବୁ ଓଡ଼ିଆଙ୍କ ଘରେ ଏ ପର୍ବ ପାଳନ କରାଯାଏ । ମାର୍ଗଶୀର ମାସ ମାଣବସା ଗୁରୁବାର ୪ ବା ୫ ପାଳି ପଡିଥାଏ । ଏହା ଓଡ଼ିଆଙ୍କ ଛଡ଼ା ଅନ୍ୟ କେଉଁଠି ପାଳିତ ହେଉଥିବା ଦୃଷ୍ଟିଗୋଚର ହୁଏନାହିଁ।


ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ୱାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତାଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ୱତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ । ଏଥି ସହିତ ମଣ୍ଡା ପିଠା ତିଆରି କରାଯାଇ ଭୋଗ ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ଲକ୍ଷ୍ମୀଙ୍କୁ ପାଖରେ ଲାଗି କରାଯାଇଥାଏ । ଲକ୍ଷ୍ମୀଙ୍କୁ ଧୂପ, ଦୀପ, ନେବେଦ୍ୟ ସହ ବାଳଭୋଗରେ ଛୋନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ । ଏହି ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି । ଏହିଭୋଗକୁ ପରିବାର ଛଡ଼ା ଅନ୍ୟ କାହାକୁ ନଦେବାର ନିୟମ ଅଛି । ମାର୍ଗଶିର ମାସର ଶେଷ ଗୁରୁବାର ଦିନ ବ୍ରତ ସାରି ଉଜୁଆ ଯାଏ । ଏହି ଦିନ ପୂର୍ବଭଳି ସମସ୍ତ ନୀତିରେ ମାଣ ବସାଇ ମଣ୍ଡା ପିଠା ଓ ଖିରି ଭୋଗ କରାଯାଏ । ସଞ୍ଜ ଭୋଗ ପରେ ସେହି ମାଣରେ ଥିବା ଧାନକୁ ଆଉ ଏକ ଜାଗାରେ ଅଜାଡ଼ି ରଖାଯାଏ । ପୂଜାର ଅନ୍ୟ ସମସ୍ତ ସଜକୁ ନେଇ ପୋଖରୀ ଆଦି ଜଳାଶୟରେ ବିସର୍ଜନ କରାଯାଏ । ପୂଜାରେ ବ୍ୟବହୃତ ଧାନକୁ କୁଟି ସେହି ଚାଉଳରେ ଖିରି ବା ଜାଉ ରାନ୍ଧି କେବଳ ଘର ଲୋକଙ୍କ ମଧ୍ୟରେ ଖିଆଯାଏ । ଏହିପରି ଲକ୍ଷ୍ମୀଙ୍କୁ ଆବାହନ କରିବାଠାରୁ ବିସର୍ଜନ କରାଯିବା ପର୍ଯ୍ୟନ୍ତ ସମସ୍ତ ବିଧି ବିଧାନକୁ ପାଳନ କରି ଘରର ବିବିଧ ଉନ୍ନତି କାମନା କରାଯାଏ ।ରହିଗଲେ । ସେକାଳରେ ସମାଜରେ ଛୁଆଁ ଅଛୁଆଁ ଭେଦଭାବ ରହିଥିଲା ।ଏହା ଦେଖିପ୍ରଭୁ ବଳରାମ କୋପ ପ୍ରକାଶ କଲେ । ଚଣ୍ଡାଳୁଣୀର ଘରେ ପାଦ ଦେଇଥିବାରୁ ବଡ଼ଦେଉଳ ଦ୍ୱାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ପରେ ଅପମାନିତ ହୋଇ ମାଆ ମଧ୍ୟ ମନ୍ଦିରରୁ ବାହାରି ଗଲେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ବିଶ୍ୱକର୍ମା ଆଉ ଏକ ପ୍ରାସାଦ ଗଢ଼ିଦେଲେ । ତାଳ ବେତାଳଙ୍କୁ ଡକାଇ ମାଆ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ଶ୍ରୀମନ୍ଦିରକୁ ଶ୍ରୀହୀନ କରିଦେଲେ । ଖାଇବାକୁ ନପାଇ ଦୁଇଭାଇ ଭୋକରେ ଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁଖରେ ପହଞ୍ଚିଲେ। ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମୁରବିଙ୍କୁ ଭେଟିବାକୁ ଚାହିଁଲେ। ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ। ଶୁଚିଶୁଦ୍ଧ ଲୋକର ଦ୍ୱାରକୁ ଯିବାକୁ ବାରଣ ନାହିଁ କି ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ । ତେଵେ ଲକ୍ଷ୍ମୀ ପୂରାଣ ସହ କୋଉଠି ନା କୋଉଠି ଆଜି ଭି ଘରେ ଘରେ ଜଡିତ ସମ୍ପର୍କ ରହିଛି l ଆଉ ପ୍ରତି ଓଡ଼ିଆଙ୍କ ଆରାଧ୍ୟା ଦେବୀ ଦେବତା ଯେହେତୁ ମା ଲକ୍ଷ୍ମୀ ଏବଂ ଭଗବାନ ଶ୍ରୀ ଜଗନ୍ନାଥ ତେଣୁ ଏହି ମାର୍ଗଶିର ମାସର ପ୍ରତ୍ୟକ ଗୁରୁବାରକୁ ଲୋକେ ଭକ୍ତିର ସହ ପୂଜା ଅର୍ଚ୍ଚନା କରି ଆତ୍ମସନ୍ତୋଷ ଲାଭ କରନ୍ତି l

State,Weather

ଜାଡରେ ଥରୁଛି ଓଡ଼ିଶା

Blog Thumbnail

ଦ କୁଇଭର ବ୍ୟୁରୋ :-:ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ଶୀତ ଲହରୀ । ପାହାଡ଼ିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ଥିବାରୁ ଜନଜୀବନ ପ୍ରଭାବିତ । ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ଦାରିଙ୍ଗିବାଡ଼ିଠାରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରି ରେକର୍ଡ ହୋଇଛି । ପରବର୍ତ୍ତୀ ୩ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବଢ଼ିବାର ସମ୍ଭାବନା ରହିଛି । ଏହା ପରେ ପୁଣି ବିଭିନ୍ନ ଜିଲ୍ଲାରେ ୨ରୁ ୪ ଡିଗ୍ରି ସେଲିସିୟସ କମିବ ତାପମାତ୍ରା । ଶୀତ ସହିତ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ସକାଳୁ ସକାଳୁ ପ୍ରବଳ କୁହୁଡ଼ି ଯୋଗୁ ରାସ୍ତା ଠିକରେ ଦେଖାଯାଉନାହିଁ । ଫଳରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି। ଘନ କୁହୁଡ଼ି ଯୋଗୁଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଏହିଭଳି ଘନକୁହୁଡ଼ି ପଡ଼ିବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Weather

ଜାଡ଼ରେ ଥରୁଛି ଓଡ଼ିଶା

Blog Thumbnail

ଦ କୁଇଭର ବ୍ୟୁରୋ :- ଜାଡ଼ରେ ଥରୁଛି ଓଡ଼ିଶା,ତଳମୁହାଁ ହେଉଛି ତାପମାତ୍ରା । ପଶ୍ଚିମରୁ ନେଇ ଆଭ୍ୟାନ୍ତରୀଣ ଓଡ଼ିଶା, ସବୁଠି ଶୀତର ଲହର । ସଞ୍ଜ ନଇଁବା ପରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ସକାଳ ୯ଟା ପର୍ଯ୍ୟନ୍ତ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । କିଛି କିଛି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳୁଛି । ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶା ମଧ୍ୟକୁ ଶୁଷ୍କ ଥଣ୍ଡା ପବନ ପ୍ରବାହ ହେଉଥିବାରୁ ଶୀତ ବଢ଼ୁଥିବା ବେଳେ ଆଜି ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି (ବୁଧବାର) ରାତିର ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଫଳରେ ଆଜିଠାରୁ ଶୀତ ଆହୁରି ବଢ଼ିବ । ଆଜି ଶୀତ ଲହରୀ (Cold Wave) ପାଇଁ ଝାରସୁଗୁଡ଼ା, କନ୍ଧମାଳ ଓ ସୁନ୍ଦରଗଡ ଏହି ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଶୀତ ସହ କିଛି କିଛି ସ୍ଥାନରେ ଘନ କୁହୁଡି ଦୃଶ୍ୟାମାନ ହେବାର ସମ୍ଭାବନା ରହିଥିବା ନେଇ ବିଭାଗ ପୂର୍ବାନୁମାନ କରିଛି ।

Politics

ଆସନ୍ତାକାଲି ନୂଆପଡ଼ା ଭୋଟ ଗଣତି

Blog Thumbnail

ଦ କୁଇଭର ବ୍ୟୁରୋ :- ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ହେବ । ଏନେଇ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଭୋଟ ଗ୍ରହଣ ଓ ଗଣନା ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ ସ୍ବଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ ଆୟୋଜନ କରିବା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ । ନ୍ୟାସନାଲ କଲେଜରେ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗରୁମ ମଧ୍ୟରେ ଥିବା ସମସ୍ତ ଇଭିଏମ ଓ ଭିଭିପାଟ ମେସିନ୍‌ ଗୁଡ଼ିକ ଆସନ୍ତାକାଲି କାଉଣ୍ଟିଙ୍ଗ ହଲକୁ ଅଣାଯିବ । ଭୋଟ ଗଣତି ପାଇଁ ୧୪ଟି ଗଣତି ଟେବୁଲ୍ ଓ ପୋଷ୍ଟାଲ ଭୋଟ ପାଇଁ ଗୋଟିଏ ଟେବୁଲ୍ ବ୍ୟବସ୍ଥା କରାଯାଇଛି l ପ୍ରଥମେ ପୋଷ୍ଟାଲ ବାଲାଟ ସକାଳ ୮ଟା ସମୟରେ ଗଣାଯିବ । ଏହାପରେ ୮ଟା ୩୦ରେ ଇଭିଏମ ମେସିନ୍‌ର ଭୋଟ ଗଣନା ଆରମ୍ଭ ହେବ। ଏହା ୨୬ ରାଉଣ୍ଡରେ ସମାପ୍ତ ହେବ l ଭୋଟିଂ ମେସିନର ତଥ୍ୟକୁ ଫର୍ମ ୧୭-ସି ସହିତ ମେଳ କରାଯିବ l ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ ପାଞ୍ଚଟି ପୋଲିଂ ସେଣ୍ଟରର ଭିଭିପାଟ ସ୍ଲିପ୍‌ଗୁଡ଼ିକ ଗଣାଯାଇ ଇଭିଏମ ଫଳାଫଳ ସହ ମେଳ କରାଯିବ । ସମସ୍ତ ଗଣନା ପ୍ରକ୍ରିୟା ସିସିଟିଭି ନଜରରେ କରାଯିବ ଓ ଏସବୁର ଭିଡିଓ ରେକର୍ଡିଂ ହେବ l ଏହାର ତଦାରଖ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ, ଜିଲ୍ଲା ନିର୍ବାଚନ ଅଧିକାରୀ ଓ ପୋଲିସ ପ୍ରଶାସନ ଉପସ୍ଥିତ ରହିବେ l ଅନ୍ତିମ ରାଉଣ୍ଡ ଶେଷ ହେବା ପରେ ନିର୍ବାଚନ ଅଧିକାରୀ ଦ୍ୱାରା ବିଜେତା ପ୍ରାର୍ଥୀଙ୍କ ନାମ ଘୋଷଣା ହେବ ଓ ତାଙ୍କୁ ଜୟ ସନଦ ପ୍ରଦାନ କରାଯିବ।