ପୁରୀ( ଦ କୁଇଭର ):- ଚତୁର୍ଦ୍ଧାମୂର୍ତ୍ତି ରଥାରୁଢ଼ ହୋଇଛନ୍ତି।ଶ୍ରୀଗୁଣ୍ଡିଚା ମନ୍ଦିରରୁ ପ୍ରଭୁ ଶ୍ରୀବଳଭଦ୍ର ଦେବୀ ମା’ସୁଭଦ୍ରା ଏବଂ ପ୍ରଭୁ ଶ୍ରୀଜଗନ୍ନାଥଙ୍କର ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରା ନୀତି ଆରମ୍ଭ ହୋଇଛି। ପ୍ରଥମେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ ପହଣ୍ଡିରେ ସେବାୟତମାନେ ଆଣିଥିଲେ।ଏହା ପରେ ପାରମ୍ପରିକ ବାଦ୍ୟର ତାଳେ ତାଳେ ଧାଡ଼ି ପହଣ୍ଡିରେ ତାଳଧ୍ୱଜ ରଥକୁ ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କର ବିଜେ କରାଯାଇଥିଲା। ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କ ପଛେ ପଛେ ଦେବୀ ମା’ସୁଭଦ୍ରା ଧାଡ଼ି ପହଣ୍ଡିରେ ଦର୍ପଦଳନ ରଥକୁ ବିଜେ କରିଥିଲେ। ଶେଷ ମହାପ୍ରଭୁ କାଳିଆ ସାଆନ୍ତ ପ୍ରଭୁ ଶ୍ରୀ ଜଗନ୍ନାଥ ଧାଡ଼ି ପହଣ୍ଡିରେ ନନ୍ଦିଘୋଷ ରଥକୁ ବିଜେ କରିଥିଲେ l ଏହା ପରେ ନୀତି ନିର୍ଘଣ୍ଟ ଅନୁସାରେ ଛେରା ପହଁରା ନୀତି ଗଜପତି ମହାରାଜା ଦିବ୍ୟ ସିଂହ ଦେବଙ୍କ ଦ୍ବାରା ଅପରାହ୍ନ ୨:୩୦ ରୁ ୩:୩୦ ମଧ୍ୟରେ ସମ୍ପନ୍ନ ହେବ। ଛେରା ପହଁରା ଚାରମାଳ ଫିଟା ପରେ ଘୋଡ଼ା ଯୋଚା ନୀତି ଅପରାହ୍ନ ୩ ରୁ ୪ଟା ମଧ୍ୟରେ ଶେଷ ହେବ। ଏହାପରେ ରଥ ଟଣା ଅପରାହ୍ନ ୪ଟାରୁ ଆରମ୍ଭ ହେବ।