Join Us To Make A Difference

The Drops💧

ଜାଡରେ ଥରୁଛି ଓଡ଼ିଶା

ଜାଡରେ ଥରୁଛି ଓଡ଼ିଶା
Published by:Jyotshna Kumari
#state

ଦ କୁଇଭର ବ୍ୟୁରୋ :-:ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ଶୀତ ଲହରୀ । ପାହାଡ଼ିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ଥିବାରୁ ଜନଜୀବନ ପ୍ରଭାବିତ । ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ଦାରିଙ୍ଗିବାଡ଼ିଠାରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରି ରେକର୍ଡ ହୋଇଛି । ପରବର୍ତ୍ତୀ ୩ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବଢ଼ିବାର ସମ୍ଭାବନା ରହିଛି । ଏହା ପରେ ପୁଣି ବିଭିନ୍ନ ଜିଲ୍ଲାରେ ୨ରୁ ୪ ଡିଗ୍ରି ସେଲିସିୟସ କମିବ ତାପମାତ୍ରା । ଶୀତ ସହିତ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ସକାଳୁ ସକାଳୁ ପ୍ରବଳ କୁହୁଡ଼ି ଯୋଗୁ ରାସ୍ତା ଠିକରେ ଦେଖାଯାଉନାହିଁ । ଫଳରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି। ଘନ କୁହୁଡ଼ି ଯୋଗୁଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଏହିଭଳି ଘନକୁହୁଡ଼ି ପଡ଼ିବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments

Leave a Comment

Comments

No comments yet.

International,National

୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ

Blog Thumbnail

ଦ କୁଇଭର ବ୍ୟୁରୋ :- ୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ । କେନ୍ଦ୍ର ସରକାର ଏହି ମିଶନ ପାଇଁ ଅନୁମୋଦନ ଦେଇ ସାରିଥିବା ବେଳେ ଇସ୍ରୋ ଏଥିପାଇଁ ଉଦ୍ୟମ ଆରମ୍ଭ କରିଛି । ଏହି ମିଶନରେ ଚନ୍ଦ୍ରରୁ ନମୂନା ସଂଗ୍ରହ କରାଯିବାକୁ ଥିବାରୁ ଏହା ଏକ ଜଟିଳ ମିଶନ ହେବ । ଏପର୍ଯ୍ୟନ୍ତ କେବଳ ଆମେରିକା, ଚୀନ ଓ ଋଷ ସଫଳତାର ସହ ଚନ୍ଦ୍ରରୁ ନମୂନା ସଂଗ୍ରହ କରିଥିବା ବେଳେ ଭାରତ ନିଜର ଚନ୍ଦ୍ରଯାନ-୪ ମିଶନରେ ଏହି ସଫଳତା ହାସଲ ପାଇଁ ଲକ୍ଷ୍ୟ ରଖିଛି । ଏହି ମିଶନରେ ଆଡଭାନ୍ସଡ ଲ୍ୟାଣ୍ଡିଂ, ଯିବା ଓ ଫେରିବା ପ୍ରକ୍ରିୟା ରହିବ । ସେହିପରି ଚଳିତ ଆର୍ଥିକ ବର୍ଷରେ ୭ଟି ନୂଆ ମିଶନ ଲଂଚ କରିବାକୁ ଲକ୍ଷ୍ୟ ରଖିଛି ଇସ୍ରୋ । ୨୦୨୭ ବେଳକୁ ଭାରତର ଗଗନାୟାନ ମିଶନ ଲଂଚ ହେବ ବୋଲି ଇସ୍ରୋ ଅଧ୍ୟକ୍ଷ ଭି ନାରାୟଣନ କହିଛନ୍ତି ।

District

ଇନର ହ୍ୱିଲ୍ କ୍ଲବ୍(ଇଷ୍ଟ) ଏବଂ ସେବା ର ମିଳିତ ସହଯୋଗରେ ସଚେତନତା ଶିବିର ଅନୁଷ୍ଠିତ

Blog Thumbnail

ବ୍ରହ୍ମପୁର( ଦ କୁଇଭର ):- ଇନର ହୁଇଲ କ୍ଲବ, ବ୍ରହ୍ମପୁର ଇଷ୍ଟ ଏବଂ ସେବା ର ମିଳିତ ଆନୁକୂଲ୍ୟରେ , ମହିଳା ଏବଂ ଝିଅମାନଙ୍କ ବିରୁଦ୍ଧରେ ହିଂସା ବନ୍ଦ କରିବା ପାଇଁ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଲୋଚାପଡ଼ା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ପରିସରରେ ରବିବାର ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । "ସାରା ବିଶ୍ୱକୁ ଅରେଞ୍ଜ କରନ୍ତୁ - ମହିଳା ଏବଂ ଝିଅମାନଙ୍କ ବିରୁଦ୍ଧରେ ହିଂସା ବନ୍ଦ କରନ୍ତୁ" ମୁଖ୍ୟ ଉଦ୍ଦେଶ୍ୟ ନେଇ ଅନୁଷ୍ଠିତ ଶିବିରରେ ବାଲ୍ୟ ବିବାହ, ବିଭିନ୍ନ ପ୍ରକାରର ହିଂସା ଏବଂ ମହିଳା ଓ ଶିଶୁମାନଙ୍କୁ ସୁରକ୍ଷା ଦେଉଥିବା ଆଇନ ଉପରେ ସବିଶେଷ ଆଲୋଚନା କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ଲୋଚାପଡା ଗ୍ରାମର ସମସ୍ତ ଅଙ୍ଗନବାଡି କର୍ମୀ ମାନେ ବାଲ୍ୟ ବିବାହର କ୍ଷତିକାରକ ପ୍ରଭାବ ସହିତ ଶାରୀରିକ, ଭାବପ୍ରବଣ, ଯୌନ, ଆର୍ଥିକ ହିଂସା ଆଦି ବିଷୟରେ ଶିକ୍ଷା ଲାଭ କରିଥିଲେ l ବାଲ୍ୟ ବିବାହ ନିଷେଧ ଆଇନ ୨୦୦୬, ଘରୋଇ ହିଂସା ଆଇନ ୨୦୦୫ ଭଳି ଗୁରୁତ୍ୱପୂର୍ଣ୍ଣ ଆଇନଗତ କାର୍ଯ୍ୟ ବିଷୟରେ ଆଲୋଚନା କରାଯାଇଥିଲା। ଏକ ପାରସ୍ପରିକ ପ୍ରଶ୍ନୋତ୍ତର ଅଧିବେଶନ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ଖୋଲାଖୋଲି କଥାବାର୍ତ୍ତା କରିବାକୁ, ପ୍ରଶ୍ନ ପଚାରିବାକୁ ଏବଂ ହିଂସା ବିଷୟରେ କିପରି ରିପୋର୍ଟ କରିବେ ଏବଂ ସାହାଯ୍ୟ ଲୋଡିବେ ତାହା ବୁଝିବାକୁ ଉତ୍ସାହିତ କରିଥିଲା। ସମସ୍ତ ମହିଳା ଏବଂ ଝିଅମାନଙ୍କ ପ୍ରତି ସୁରକ୍ଷା, ସମାନତା ଏବଂ ସମ୍ମାନକୁ ପ୍ରୋତ୍ସାହିତ କରିବା ପାଇଁ ଏକ ପ୍ରତିଶ୍ରୁତି ସହିତ ମହିଳା ହେଲ୍ପ ଲାଇନ ନଂ-୧୮୧, ଶିଶୁ ହେଲ୍ପ ଲାଇନ ନଂ-୧୦୯୮, ପୋଲିସ ହେଲ୍ପ ଲାଇନ ନଂ- ୧୧୨ ଆଦି ବିଷୟରେ କାର୍ଯ୍ୟକ୍ରମରେ ସୁଚାରୁରୂପେ ଆଲୋଚନା ହୋଇଥିଲା l


କାର୍ଯ୍ୟକ୍ରମରେ 'ସେବା' ମୁଖ୍ୟ ଅଳକା ସାହୁ,ଇନର ହୁଇଲ କ୍ଲବ ବ୍ରହ୍ମପୁର ଇଷ୍ଟ ସଭାପତି ଅନ୍ନପୂର୍ଣ୍ଣା ବେହେରା, କୁକୁଡାଖଣ୍ଡି ବିପିଏମ ସଞ୍ଜୁ ସାହୁ,ଲୋଚାପଡା ସରପଞ୍ଚ ମୋହନ ଦାସ ଉପସ୍ଥିତ ରହିଥିବା ବେଳେ ଅଞ୍ଚଳର ବହୁ ଅଙ୍ଗଡ଼ବାଡ଼ି କର୍ମୀ ଯୋଗଦାନ କରିଥିବା ବେଳେ ବ୍ରହ୍ମପୁର ଇନର ହୁଇଲ କ୍ଲବ, ଇଷ୍ଟ ର ସମସ୍ତ ସଦସ୍ୟା, ସେବା ର ସଦସ୍ୟା କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ l

City

ଗୋପାଳପୁର ବେଳାଭୂମି ମହୋତ୍ସବ ଜାନୁୟାରୀ ୨୨ ରୁ ୨୬

Blog Thumbnail

ବ୍ରହ୍ମପୁର ( ଦ କୁଇଭର ):- ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ବ୍ରହ୍ମପୁର ସ୍ଥିତ ସ୍ଵତନ୍ତ୍ର ପ୍ରଦକ୍ଷଣ ସମ୍ମିଳନୀ ଗୃହରେ ବାଣିଜ୍ୟ, ପରିବହନ ,ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା ଙ୍କ ଅଧ୍ୟକ୍ଷତା ରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ରେ ଛତ୍ରପୁର ବିଧାୟକ ଶ୍ରୀ କୃଷ୍ଣ ଚନ୍ଦ୍ର ନାୟକ,ଗଞ୍ଜାମ ଜିଲ୍ଲାପାଳ ୱି କୀର୍ତ୍ତି ୱାସନ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ ସର୍ବଣ ବିବେକ ଏମ୍, ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିର୍କେ , ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର ପ୍ରମୁଖ ଉପସ୍ଥିତ ରହିଥିଲେ l ବିଗତ ବର୍ଷ ଭଳି ଚଳିତ ବର୍ଷ ଏହି ମହୋତ୍ସବ ୫ଦିନ ପାଳିତ ହେବ l ଆସନ୍ତା ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ଉତ୍ସବ ଗୋପାଳପୁର ବେଳାଭୂମି ରେ ପାଳନ କରାଯିବ l ବିଭିନ୍ନ ପ୍ରତିଯୋଗିତା ଯେପରି ଝୋଟି , ଆଲୋଚନା ଚକ୍ର , କବିତା ପାଠୋତ୍ସବ , ଭଲିବଲ୍, ଫୁଟବଲ,ବୋଟ ରେସିଂ ଇତ୍ୟାଦି ପ୍ରତିଯୋଗିତା ଆୟୋଜିତ କରିବା ପାଇଁ ନିଷ୍ପତି ନିଆଯାଇଥିଲା l ଶାମୁକା ସ୍ମରଣିକା ଉନ୍ମୋଚନ କରାଯିବ l ପ୍ରଥମେ ଗଞ୍ଜାମ ଜିଲ୍ଲାର କଳା ସଂସ୍କୃତି ପ୍ରାଥମିକତା ଦିଆଯିବ ତାସହ ବିଭିନ୍ନ ଜିଲ୍ଲା , ରାଜ୍ୟ ଓ ଦେଶ ର ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯିବ l ଓଡିଆ,ତେଲୁଗୁ ଓ ହିନ୍ଦୀ କଣ୍ଠ ଶିଳ୍ପୀ ସଙ୍ଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି l ପଲ୍ଲୀଶ୍ରୀ ମେଳା,ଖାଦ୍ୟ ମେଳା ଏବଂ ବିଭିନ୍ନ ଅନୁଷ୍ଠାନର ମେଳା ପ୍ରଦର୍ଶିତ ହେବ l ଓଡିଶାର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଙ୍କୁ ଅତିଥି ନିମନ୍ତେ ଅନୁରୋଧ କରାଯିବ l ଗଞ୍ଜାମ ଜିଲ୍ଲାର ର ବିଭିନ୍ନ ଶକ୍ତିପୀଠ ରୁ ମଶାଲ ଶୋଭାଯାତ୍ରା, ପଦଯାତ୍ରା ଓ ସମୁଦ୍ରରେ ଲେଜର ଶୋ ଆୟୋଜନ କରାଯିବା ପାଇଁ ନିଷ୍ପତି ନିଆଯାଇଥିଲା l ବିଭିନ୍ନ କମିଟି ଗଠନ କରି ଏହି ଉତ୍ସବ ପାଳନ କରିବା ନିମନ୍ତେ ନିଷ୍ପତି ନିଆଯାଇଥିଲା l ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ କୁ କିଛି ନୂଆ ରୂପରେ ପାଳନ କରିବା ସହ ଲୋକଙ୍କ ନିମନ୍ତେ ଟ୍ରାଫିକ ବ୍ୟବସ୍ଥା,ପାର୍କିଂ ସ୍ଥଳ,ଆଇନ ଶୃଙ୍ଖଳା ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା l ୩୦୦ ଟି ଷ୍ଟଲ ର ଆୟୋଜନ କରିବା ନିମନ୍ତେ ନିଷ୍ପତି ନିଆଯାଇଛି l ଏହି ବୈଠକ ରେ ସମସ୍ତ ବିଭାଗୀୟ ଅଧିକାରୀ, ବିଭିନ୍ନ ଅନୁଷ୍ଠାନ ସଭ୍ୟ ସଭ୍ୟା ଓ ହୋଟେଲ ସଙ୍ଘ ର ସଭାପତି ଉପସ୍ଥିତ ରହିଥିଲେ l

Weather

ଜାଡ଼ରେ ଥରୁଛି ଓଡ଼ିଶା

Blog Thumbnail

ଦ କୁଇଭର ବ୍ୟୁରୋ :- ଜାଡ଼ରେ ଥରୁଛି ଓଡ଼ିଶା,ତଳମୁହାଁ ହେଉଛି ତାପମାତ୍ରା । ପଶ୍ଚିମରୁ ନେଇ ଆଭ୍ୟାନ୍ତରୀଣ ଓଡ଼ିଶା, ସବୁଠି ଶୀତର ଲହର । ସଞ୍ଜ ନଇଁବା ପରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ସକାଳ ୯ଟା ପର୍ଯ୍ୟନ୍ତ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । କିଛି କିଛି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳୁଛି । ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶା ମଧ୍ୟକୁ ଶୁଷ୍କ ଥଣ୍ଡା ପବନ ପ୍ରବାହ ହେଉଥିବାରୁ ଶୀତ ବଢ଼ୁଥିବା ବେଳେ ଆଜି ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି (ବୁଧବାର) ରାତିର ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଫଳରେ ଆଜିଠାରୁ ଶୀତ ଆହୁରି ବଢ଼ିବ । ଆଜି ଶୀତ ଲହରୀ (Cold Wave) ପାଇଁ ଝାରସୁଗୁଡ଼ା, କନ୍ଧମାଳ ଓ ସୁନ୍ଦରଗଡ ଏହି ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଶୀତ ସହ କିଛି କିଛି ସ୍ଥାନରେ ଘନ କୁହୁଡି ଦୃଶ୍ୟାମାନ ହେବାର ସମ୍ଭାବନା ରହିଥିବା ନେଇ ବିଭାଗ ପୂର୍ବାନୁମାନ କରିଛି ।

Entertainment

ଅସୁସ୍ଥ ଗୋବିନ୍ଦା

Blog Thumbnail

ଦ କୁଇଭର ବ୍ୟୁରୋ :- ବଲିଉଡ ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର । ଗତକାଲି ରାତିରେ ଘରେ ବେହୋସ ହେବା ପରେ ପୂର୍ବତନ ସାଂସଦ ଗୋବିନ୍ଦଙ୍କୁ ହସ୍ପିଟାଲରେ ନିଆଯାଇଥିଲା । ୬୧ ବର୍ଷୀୟ ମୁମ୍ବାଇର ବଲିଉଡ ଷ୍ଟାରଙ୍କୁ ମୁମ୍ବାଇ ହସ୍ପିଟାଲର କ୍ରିଟିକାଲ୍ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କୁ ମେଡିକାଲ ଅବଜରଭେସନରେ ରଖାଯାଇଛି ।ରିପୋର୍ଟ ଅନୁସାରେ ଅଚେତ ହେବାରୁ ତାଙ୍କ ଅବସ୍ଥା ବିଗିଡିଛି। ଗତକାଲି ସକାଳେ ସବୁ କିଛି ଠିକ ଥିଲା । ତେବେ ରାତିରେ ସେ ହଠାତ ବେହୋସ ହୋଇଥିଲେ । ରାତି ୧ଟାରେ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତାଙ୍କର ଡାକ୍ତରୀ ଟେଷ୍ଟ ହୋଇଛି । ରିପୋର୍ଟକୁ ଅପେକ୍ଷା କରାଯାଇଛି । ଏ ନେଇ ଗୋବିନ୍ଦାଙ୍କ ଆଇନଗତ ପରାମର୍ଶଦାତା ଲଳିତ ବିନ୍ଦଲ ସୂଚନା ଦେଇଛନ୍ତି ।

City

'ସଂସାର' ଅନୁଷ୍ଠାନର ୫୭ତମ ବାର୍ଷିକ ଉତ୍ସବ ପାଳିତ

Blog Thumbnail

ବ୍ରହ୍ମପୁର ( ଦ କୁଇଭର ):- ପ୍ରକୃତି ତଥା ପରିବେଶର ସୁରକ୍ଷା ଏବଂ ଜଳବାୟୁ ସନ୍ତୁଳନ ଦ୍ବାରା ସୁସ୍ଥ ସମାଜ ଗଠନ ସମ୍ଭବ । ଆନ୍ତର୍ଜାତିକ ୟୁନିସେଫ କାଉନସିଲ (ଫ୍ରାନ୍ସ)ର ଚେନାଇ ଚାପ୍ଟେର ମାଧ୍ୟମରେ “ ଗ୍ଲୋବାଲ ବେଷ୍ଟ ସୋସିଆଲ ୱାର୍କର ଆୱାର୍ଡ ୨୦୨୧* ପ୍ରାପ୍ତ ତଥା ଅଗ୍ରଣୀ ‘ସଂସାର’ ଅନୁଷ୍ଠାନର ପ୍ରତିଷ୍ଠାତା ସଂପାଦକ ରମେଶ ଚନ୍ଦ୍ର ସାହୁ ଏହି ବାର୍ଷିକ ଉତ୍ସବ ପାଳନ ଅବସରରେ ମତପ୍ରକାଶ କରିବା ସହ ଏହି ଦଶନ୍ଧି ମଧ୍ୟରେ ସାମୁହିକ ପ୍ରୟାସରେ ମହୁରୀଗଡର ରାଜାବନ୍ଧ, ରାଣୀବନ୍ଧ, ପଦ୍ମପୋଖରୀର ପୁନରୁଦ୍ଧାର, ଋଷିକୁଲ୍ୟା ଉତ୍ପତ୍ତିସ୍ଥଳ ଠାରୁ ସମୁଦ୍ର ମୁହାଣ ମଧ୍ୟବର୍ତ୍ତି ଅବବାହିକା ସୁରକ୍ଷା ତଥା ବିକାଶ ଦିଗରେ କାର୍ଯ୍ୟ ସହ ଐତିହାସିକ ପୀଠ ଓ ଐତିହ୍ୟର ସୁରକ୍ଷା ଦିଗରେ ଅଧୂକ ଧ୍ୟାନ ଦିଆଯିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହିଭଳି କାର୍ଯ୍ୟରେ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ପ୍ରୋତ୍ସାହନ ତଥା ବଦାନ୍ୟ ବ୍ୟକ୍ତିଙ୍କ ପୃଷ୍ଠପୋଷକତା ମିଳିଲେ ଏହି ଅନୁଷ୍ଠାନ ଆଞ୍ଚଳିକ ବାସିନ୍ଦାଙ୍କ ଦୈନିନ୍ଦିନ ଜୀବନଶୈଳୀରେ ଉପାର୍ଜନ ବୃଦ୍ଧି ସହ ଇକୋ ଟୁରିଜମ୍ ଏବଂ ପର୍ଯ୍ୟଟନ ଶିଳ୍ପ ପାଇଁ ଭିଭିଭୂମିର ବିକାଶ ହୋଇପାରିବ ବୋଲି ଉପସ୍ଥିତ ବୁଦ୍ଧିଜୀବୀମାନେ ମତବ୍ୟକ୍ତ କରି ପରିବେଶ ସୁରକ୍ଷା ଦିଗରେ କାର୍ଯ୍ୟ କରିଆସୁଥିବା ‘ସଂସାର' ପରିବାରର ସମସ୍ତ ସ୍ୱେଚ୍ଛାସେବୀଙ୍କ ଉତ୍ତୋରତ୍ତର ଉନ୍ନତି କାମନା କରିଥିଲେ । ବୁଧବାର ଦିନ ବ୍ରହ୍ମପୁର ସ୍ଥିତ ପ୍ରକାଶମୂହଲ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଂସାର ଅନୁଷ୍ଠାନର ସଭାପତି ଦୁର୍ଗାପ୍ରସାଦ ଆଚାର୍ଯ୍ୟ ଅଧ୍ଯକ୍ଷତା କରିଥିବା ବେଳେ ମୂଖ୍ୟ ଅତିଥିଭାବେ ଗଞ୍ଜାମ ଜିଲ୍ଲା ବି.ଜେ.ପି ସଭାପତି ସରୋଜ ସାବତ, ମୂଖ୍ୟବକ୍ତା ରାଜ୍ୟ ବି.ଜେ.ପି ମିଡିଆ ସେଲ ପ୍ରମୂଖ ଟି.ଗୋପି, ସମ୍ମାନିତ ଅତିଥ୍ ଓଡିଶା ନାଟ୍ୟ ସଂଘ ଉପସଭାପତି ଭବାନୀ ଶଙ୍କର ମିଶ୍ର, ସାଂସଦ ପ୍ରତିନିଧୂ ବାଳକୃଷ୍ଣ ସାମନ୍ତରାୟ, ବାଲେଶ୍ଵରର ବରିଷ୍ଠ ଯାତ୍ରା କଳାକାର ରାଜେନ୍ଦ୍ରମୋହନ ପତି ପ୍ରମୂଖ ଆଲୋଚନାରେ ଅଂଶଗ୍ରହଣ କରି ଅନୁଷ୍ଠାନ ପକ୍ଷରୁ ପରିବେଶ ଉପରେ ଦୀର୍ଘବର୍ଷ ଧରି କରାଯାଉଥିବା ଉଦ୍ୟମର ଭୂୟସୀ ପ୍ରଶଂସା କରିଥିଲେ। ପ୍ରାରମ୍ଭରେ ବରିଷ୍ଠ ସାମ୍ବାଦିକ ତଥା କଣ୍ଠଶିଳ୍ପୀ ସୁଦୀପ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ପ୍ରତିଷ୍ଠାତା ସଂପାଦକ ଶ୍ରୀ ସାହୁ ସଂପାଦକୀୟ ବିବରଣୀ ପାଠ କରିଥିଲେ । ଏହି ଅବସରରେ ବକୃତା, ଚିତ୍ରାଙ୍କନ, ପ୍ରବନ୍ଧ, ଯୋଗ, ହସ୍ତାକ୍ଷର, ସଂଗୀତ ପ୍ରତିଯୋଗିତା ସହ ଦୁଆନ ପଲ୍ଲୀର କଳାକାରମାନଙ୍କ ଦ୍ଵାରା ଲକ୍ଷ୍ମୀପୁରାଣ ଲୋକନାଟକ ପରିବେଷଣ, ବରିଷ୍ଠ କଣ୍ଠଶିଳ୍ପୀ ମାନଙ୍କ ସଂଗୀତ କାର୍ଯ୍ୟକ୍ରମ, କୁନି କୁନି କଳାକାରମାନଙ୍କ ଦ୍ଵାରା ସମ୍ବଲପୁରୀ ନୃତ୍ୟ ଆଦି ଅନୁଷ୍ଠିତ ହୋଇଥିଲା । ଏହାପରେ ସଂସାର ସଭାପତି ଦୁର୍ଗାପ୍ରସାଦ ଆଚାର୍ଯ୍ୟଙ୍କ ୬୬ତମ ଜନ୍ମଦିବସ ଉପଲକ୍ଷେ ବିଭିନ୍ନ ଅନୁଷ୍ଠାନ ଏବଂ ବିରଷ୍ଟ କଳାକାରମାନେ ସୁଭେଚ୍ଛା ସ‌ହ ଉପହାରମାନ ଦେଇ ତାଙ୍କର ଦୀର୍ଘଜୀବନ କାମନା କରିଥିଲେ । ଶେଷରେ ଅନୁଷ୍ଠାନ ତରଫରୁ ବରିଷ୍ଟ କଳାକାର ସଂଘର ମହାସଚିବ ସୁବାସଚନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।