Join Us To Make A Difference

The Drops💧

ହ୍ୟୁମାନ ସାଗର ଗୁରୁତର

ହ୍ୟୁମାନ ସାଗର ଗୁରୁତର
Published by:Jyotshna Kumari
#state

ଦ କୁଇଭର ବ୍ୟୁରୋ:- ଏବେବି ସଙ୍କଟାପନ୍ନ ରହିଛି କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟବସ୍ଥା । ହାଇ ଭେଣ୍ଟିଲେଟରରେ ତାଙ୍କର ଚିକିତ୍ସା କରାଯାଉଛି । ଏମ୍ସ ପକ୍ଷରୁ ହ୍ୟୁମାନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଭୁବନେଶ୍ବର ଏମ୍ସ ପକ୍ଷରୁ ସୂଚନା ଜାରି କରାଯାଇଛି । ଅନ୍ୟପଟେ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କୁ ଭେଟିଛନ୍ତି ଅଭିନେତା ଅନୁଭବ ମହାନ୍ତି । ଗତକାଲି (ଶନିବାର) ରାତିରେ ଭୁବନେଶ୍ବର AIIMS ଯାଇ ଚିକିତ୍ସାଧିନ ଅବସ୍ଥାରେ ଥିବା ହ୍ୟୁମାନଙ୍କୁ ଭେଟିଛନ୍ତି ଅନୁଭବ । ତାଙ୍କୁ ଦେଖିବା ସହ ହ୍ୟୁମାନ କିଛି କଥାର ରେସ୍‌ପନ୍ସ କରୁଥିବା ଅନୁଭବ କହିଛନ୍ତି । ହ୍ୟୁମାନ ଶୀଘ୍ର ସୁସ୍ଥ ହୋଇ ଘରକୁ ଆସିବେ ବୋଲି ଅନୁଭବ ଆଶା ପ୍ରକଟ କରିଛନ୍ତି । ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍ଗଟାପନ୍ନ ରହିଥିବା ବେଳେ ବର୍ତ୍ତମାନ ସେ ଭୁବନେଶ୍ବର AIIMSରେ ସେ ଚିକିତ୍ସାତି ହେଉଛନ୍ତି । ତାଙ୍କ ଲିଭର ସହ ଶରୀରର ଏକାଧିକ ଅଙ୍ଗ ଅଚଳ ହୋଇଯାଇଛି । ଯଦି ସ୍ବାସ୍ଥ୍ୟ ଅଧିକ ଗୁରୁତର ହୁଏ ତେବେ ଦିଲ୍ଲୀ AIIMSକୁ ଏୟାରଲିଫ୍ଟ କରିବାକୁ ଯୋଜନା ରହିଥିବା କହିଛନ୍ତି ଡାକ୍ତର । ସେପଟେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ତାକୁ ନେଇ AIIMS ଡାକ୍ତରମାନଙ୍କ ସହ ଆଲୋଚନା କରିଛନ୍ତି । ଯଦି ଆବଶ୍ୟକ ପଡେ ତେବେ ତାଙ୍କୁ ଦିଲ୍ଲୀ ସ୍ଥାନାନ୍ତର କରାଯାଇ ଚିକିତ୍ସା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments

Leave a Comment

Comments

No comments yet.

Education,Entertainment

ଉଦୟ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସଵ ଅନୁଷ୍ଠିତ

Blog Thumbnail

ବ୍ରହ୍ମପୁର ( ଦ କୁଇଭର ):- ଆମ୍ବପୁଆ ସଞ୍ଜୀବ ବିହାର ୫ ମ ଲାଇନ ସ୍ଥିତ ଉଦୟ ପବ୍ଲିକ ସ୍କୁଲ ର ଦଶମ ବାର୍ଷି ଉତ୍ସବ ନିର୍ଦ୍ଧେଶକ ଗୌସ୍ୱାମି ଗୋରୀ ଶଙ୍କର ଦାସ ଙ୍କ ପରାମର୍ଶ ରେ ଅନୁଷ୍ଟିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ରୂପେ ଇଞ୍ଜିନିୟର ସଞ୍ଜୟ କୁମାର ନାୟକ,ମୁଖ୍ୟବକ୍ତା ଭାବେ ପ୍ରଫେସର ଡ.ବିନୋଦ କୁମାର ଆଚାର୍ଯ୍ୟ, ସମ୍ମାନୀତ ଅତିଥି ଭାବେ। ଡ଼ା ଦିପାଳି ପୃଷ୍ଟି, ଶିକ୍ଷାବିତ ନିରଞ୍ଜନ ତ୍ରିପାଠୀ ଓ ବରିଷ୍ଠ ସାମ୍ବାଦିକ ତଥା ଗାୟକ ସୁଦୀପ କୁମାର୍ ସାହୁ ପ୍ରମୁଖ ଯୋଗ ଦେଇ କୁନି କୁନି ଶିଶୁ ମାନଙ୍କୁ ନିଜ ନିଜ ବକ୍ତବ୍ୟରେ ଉତ୍ସାହିତ କରିଥିଲେ ।ସ୍କୁଲ ଅଧ୍ୟକ୍ଷା ଶିବାନୀ ଗୋସ୍ୱାମୀ ଦାସ ବାର୍ଷିକ ବିବରଣୀ ପାଠ କରିଥିଲେ ।ଏହି ଅବସରରେ ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ର କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ । କାହୁଁ ରାଉତ କାର୍ଯ୍ୟକ୍ରମ ରେ ସଂଯୋଜନା କରିଥିଲେ ।ସ୍କୁଲ ର ସମସ୍ତ ଶିକ୍ଷୟତ୍ରୀ ଏଥିରେ ସହଯୋଗ କରିଥିଲେ ।

Weather

ଆଉ ୪ ଦିନ ଘନ କୁହୁଡ଼ି

Blog Thumbnail

ଦ କୁଇଭର ବ୍ୟୁରୋ :- ଆଉ ୪ ଦିନ ଘନ କୁହୁଡ଼ି । ଜଗତସିଂହପୁର, ପୁରୀ, କଟକ ଓ ଖୋର୍ଧାରେ ଘନ କୁହୁଡ଼ିର ଆଶଙ୍କା ରହିଥିବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଶୀତ ସହ କଲବଲ କରୁଛି ଘନ କୁହୁଡ଼ି । ସକାଳ ୯ଟା ପର୍ଯ୍ୟନ୍ତ ରାସ୍ତାଘାଟ ଦୁଶୁନି । ଦୃଶ୍ୟମାନ ଦୂରତା ୫୦ ମିଟରରୁ ବି କମ ରହୁଛି । ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି । ଗତ ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ରହିଥିଲା ୭.୫ ଡିଗ୍ରି ।ଅନ୍ୟପଟେ ଭୁବନେଶ୍ବରର ପାରଦ ସ୍ତର ଗତକାଲି ରାତିରେ ୧୨.୫ ଡିଗ୍ରି ରେକର୍ଡ ହୋଇଥିବା ବେଳେ କଟକରେ ରହିଥିଲା ୧୨ ଡିଗ୍ରି । ରାଜ୍ୟରେ ଆସନ୍ତା ୨ ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାପରେ ପୁଣି ପାରଦ ସ୍ତର ନିମ୍ନଗାମୀ ହେବ ଓ ପରବର୍ତ୍ତୀ ସମୟରେ ତାପମାତ୍ରା ଆହୁରି ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ଖସିବ । ଫଳରେ ଆଗକୁ ବି ଶୀତ ଜାରି ରହିବ ।ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ଆଶଙ୍କା ରହିଥିବା ପାଣିପାଗ ବିଭାଗ କହିଛି । କୁହୁଡି ଯୋଗୁ ବିମାନ ଚଳାଚଳ ବି ପ୍ରଭାବିତ ହେଉଛି । ପ୍ରବଳ କୁହୁଡ଼ି ଯୋଗୁ ଚିଲିକାରେ ଦିନ ୧୧ଟା ଯାଏ ବନ୍ଦ ରହିବ ଡଙ୍ଗା ଚଳାଚଳ । ବାରମ୍ବାର ଦୁର୍ଘଟଣା ଘଟୁଥିବା ଯୋଗୁ ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି ।

State,Weather

ଜାଡରେ ଥରୁଛି ଓଡ଼ିଶା

Blog Thumbnail

ଦ କୁଇଭର ବ୍ୟୁରୋ :-:ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ଶୀତ ଲହରୀ । ପାହାଡ଼ିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ଥିବାରୁ ଜନଜୀବନ ପ୍ରଭାବିତ । ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ଦାରିଙ୍ଗିବାଡ଼ିଠାରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରି ରେକର୍ଡ ହୋଇଛି । ପରବର୍ତ୍ତୀ ୩ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବଢ଼ିବାର ସମ୍ଭାବନା ରହିଛି । ଏହା ପରେ ପୁଣି ବିଭିନ୍ନ ଜିଲ୍ଲାରେ ୨ରୁ ୪ ଡିଗ୍ରି ସେଲିସିୟସ କମିବ ତାପମାତ୍ରା । ଶୀତ ସହିତ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ସକାଳୁ ସକାଳୁ ପ୍ରବଳ କୁହୁଡ଼ି ଯୋଗୁ ରାସ୍ତା ଠିକରେ ଦେଖାଯାଉନାହିଁ । ଫଳରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି। ଘନ କୁହୁଡ଼ି ଯୋଗୁଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଏହିଭଳି ଘନକୁହୁଡ଼ି ପଡ଼ିବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

District

ଦାଦନ ଶ୍ରମିକ ମାନଙ୍କ ସମସ୍ୟା ଏବଂ ସମାଧାନ ପାଇଁ କାର୍ଯ୍ୟକ୍ରମ

Blog Thumbnail

ଦ କୁଇଭର ବ୍ୟୁରୋ :- ଗଞ୍ଜାମ ଜିଲ୍ଲାର ଦାଦନ ଶ୍ରମିକ ମାନଙ୍କ ବିଭିନ୍ନ ସମସ୍ୟା ଏବଂ ସେମାନଙ୍କ ସମାଧାନ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ନିର୍ଧାରଣ ପାଇଁ ଜିଲ୍ଲାରେ ସକ୍ରିୟ ଥିବା ସାମାଜିକ ସଂଗଠନର ମୁଖ୍ୟ ମାନଙ୍କୁ ନେଇ ରବିବାର ଅରୁଣା NGO ଦ୍ୱାରା ଏକ ପରିଚାଳିତ ସଭା ଖୋଡାସିଙ୍ଗି ସ୍ଥିତ ସହରାଞ୍ଚଳ ସ୍ୱାସ୍ଥ୍ୟ ଜେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି l ଯେଉଁଥିରେ ଜିଲ୍ଲାର ବିଭିନ୍ନ ଜନକଲ୍ୟାଣକାରୀ ଅନୁଷ୍ଠାନମାନଙ୍କର ସଦସ୍ୟ ଏବଂ ସଦସ୍ୟା ବୃନ୍ଦଙ୍କ ଉପସ୍ଥିତି ଦେଖିବାକୁ ମିଳିଛି l

State

ଅଙ୍ଗନବାଡ଼ି କେନ୍ଦ୍ରରେ ନିର୍ମାଣ କରାଯିବ ଶୌଚାଳୟ

Blog Thumbnail

ଭୁବନେଶ୍ୱର ( ଦ କୁଇଭର ):- ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାଇତ୍ୱ ଗ୍ରହଣ ପରେ ପ୍ରଥମ ସଚିବସ୍ତରୀୟ ବୈଠକ ନେଇଛନ୍ତି ଅନୁ ଗର୍ଗ । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସମସ୍ତ ବିଭାଗର ସଚିବଙ୍କ ସହିତ ଆଲୋଚନା କରି କାର୍ଯ୍ୟାନ୍ବୟନ ନେଇ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଆଗାମୀ ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ସୁଦ୍ଧା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ଶୌଚାଳୟ ସୁବିଧା କରିବା ନେଇ ଗୁରୁତ୍ବାରୋପ କରିଛନ୍ତି ମୁଖ୍ୟ ଶାସନ ସଚିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶିତ ୧୫ଟି କାର୍ଯ୍ୟସୂଚୀକୁ ପ୍ରାଥମିକତା ଭିତ୍ତିରେ କାର୍ଯ୍ୟକାରୀ କରିବାକୁ ସିଏସ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ଉପରେ ମଧ୍ୟ ଆଲୋଚନାରେ ଗୁରୁତ୍ବ ଦିଆଯାଇଛି। ଜାତୀୟସ୍ତର ବୈଠକରେ ଗୁରୁତ୍ୱ ଦିଆଯାଇଥିବା ବିଭିନ୍ନ ପ୍ରସଙ୍ଗ ମଧ୍ୟରେ ରାଜ୍ୟରେ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକୁ ଗୋଟିଏ ଗୋଟିଏ ଖୁସିର କେନ୍ଦ୍ର ଭାବେ ବିକଶିତ କରିବା ସମ୍ପର୍କରେ ଆଲୋଚନା କରାଯାଇଛି । ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ସହିତ ସଂପୃକ୍ତ ବିଭାଗ ସମନ୍ୱୟରେ ଭିତ୍ତିଭୂମି ଓ ଆନୁଷଙ୍ଗିକ ସୁବିଧା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ସୁଦ୍ଧା ସମସ୍ତ ଅଙ୍ଗନବାଡିରେ ଶୌଚାଳୟ ସୁବିଧା କରାଯିବା ସହିତ ରକ୍ଷଣାବେକ୍ଷଣ ପାଇଁ ଗୁରୁତ୍ୱ ଦିଆଯାଇଛି । ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶିତ ୧୫ଟି କାର୍ଯ୍ୟସୂଚୀ କାର୍ଯ୍ୟକାରୀ ପାଇଁ ସଚିବଙ୍କ ସହିତ ଆଲୋଚନା କରି ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି । ଶାସନ ପରିଚାଳନାକୁ ଦକ୍ଷ, ଉତ୍ତରଦାୟୀ ଓ ଲୋକାଭିମୁଖୀ, ଓଡ଼ିଶା ଭିଜନ ଲକ୍ଷ୍ୟ ୨୦୩୬ ଓ ୨୦୪୭ ହାସଲ ପାଇଁ ପ୍ରଥମେ ୨ ବର୍ଷିଆ ଆକ୍ସନ ପ୍ଲାନର କାର୍ଯ୍ୟକାରିତା ସମୀକ୍ଷା, ଅଭିିବୃଦ୍ଧି ହାରକୁ ଦୁଇ ଅଙ୍କ ବିଶିଷ୍ଟ କରିବା ପାଇଁ ଲକ୍ଷ୍ୟ ଭିତ୍ତିକ କାର୍ଯ୍ୟ, ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ପୂରଣ ପାଇଁ ତ୍ୱରିତ ପଦକ୍ଷେପ ନିଆଯିବ । ପ୍ରଭାବଶାଳୀ ଓ ନିର୍ମଳ ଶାସନ ବ୍ୟବସ୍ଥା ପାଇଁ ଆପାରଗ ଓ ଅଯୋଗ୍ୟ କର୍ମଚାରୀଙ୍କ ପ୍ରତି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ ।

Crime

ଦିଲ୍ଲୀ ବିସ୍ଫୋରଣ ଘଟଣାରେ ବଡ଼ ଖୁଲାସା

Blog Thumbnail

ଦ କୁଇଭର ବ୍ୟୁରୋ :- ଦିଲ୍ଲୀ ଲାଲକିଲ୍ଲା ନିକଟ ବିସ୍ଫୋରଣ ଘଟଣାରେ ବଡ଼ ଖୁଲାସା । DNA ଟେଷ୍ଟରୁ ଚିହ୍ନଟ ହେଲା ବିସ୍ଫୋରଣକାରୀ । ମାଷ୍ଟର ମାଇଣ୍ଡ ଉମର ନବୀ ବିସ୍ଫୋରଣ କରିଥିଲା । ବିସ୍ଫୋରଣ କରିଥିବା ହ୍ୟୁଣ୍ଡାଇ-i20 କାର୍ ଚଲାଉଥିଲା ଡାକ୍ତର ଉମର ଉନ୍ ନବୀ । ତାଙ୍କ ମାଆଙ୍କ ସହ DNA ଟେଷ୍ଟ ପରେ ସ୍ପଷ୍ଟ ହୋଇଛି । ପୁଲୱାମା କୋଇଲ ଗାଁର ମାଷ୍ଟରମାଇଣ୍ଡ ଡାକ୍ତର ଉମର ନବୀ ବିସ୍ଫୋରଣରେ ସାମିଲ ଥିଲା ।ବିସ୍ଫୋରଣ ହୋଇଥିବା ଗାଡିର ଖଣ୍ଡବିଖଣ୍ଡିତ ଅଂଶ, ଗୋଟିଏ କଟା ହାତ, ହାଡ ଓ ଦାନ୍ତ ଉଦ୍ଧାର କରିଥିଲେ ଫୋରେନସିକ୍ ଟିମ୍। ପରେ ନବୀଙ୍କ ମା ସମିମା ବାନୋଙ୍କ ଠାରୁ ସଂଗୃହିତ DNA ନମୁନା ସହ ମେଳ କରାଯାଇଥିଲା । ଯାହା ୧୦୦ ପ୍ରତିଶତ ମେଳ କରିଛି । ପରେ ବିସ୍ଫୋରଣ ଘଟାଇଥିବା ଗାଡିର ଚାଳକ ଉମର ନବୀ ଥିଲେ ବୋଲି ସ୍ପଷ୍ଟ ହୋଇଛି । ଗୁଲାମ ନବୀ ଭଟ୍ଟଙ୍କ ପୁଅ ଡାକ୍ତର ନବୀ ହରିୟାଣାର ଫରିଦାବାଦରେ ଥିବା ଅଲ-ଫାଲହ ମେଡିକାଲ କଲେଜରେ ମେଡିସିନ୍ ର ଜଣେ ସହକାରୀ ପ୍ରଫେସର ଥିଲେ । ସେ ଜୈଶ୍-ଏ-ମହମ୍ମଦ ସମର୍ଥିତ ଆତଙ୍କୀ ନେଟୱର୍କର ମୁଖ୍ୟ ସଦସ୍ୟ ଥିଲେ ।